ସରକାରୀ ଓ ଘରୋଇ କାର୍ଯ୍ୟାଳୟରେ ସ୍ତନ୍ୟପାନ କକ୍ଷ ହେବା ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା।

ମହିଳାଙ୍କ ସମ୍ମାନ ଏବଂ ସୁରକ୍ଷାକୁ ନଜରରେ ରଖି ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ। ମହିଳା ଓ ଶିଶୁ କଲ୍ୟାଣ ବିଭାଗ ତରଫରୁ ଆସିଲା ଚିଠି । ସବୁ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ଓ ସର୍ବସାଧାରଣ ସ୍ଥାନରେ ସ୍ତନ୍ୟପାନ କରାଇବା ଲାଗି ଏକ ଆରାମଦାୟକ, ଏକାନ୍ତ ଏବଂ ସ୍ୱଚ୍ଛ ସ୍ଥାନ ପ୍ରତିଷ୍ଠା କରାଯିବା ଲାଗି ଚିଠିରେ ଅନୁରୋଧ କରାଯାଇଛି ।

କଟକରେ ୭୮ତମ ସ୍ୱାଧୀନତା ଦିବସ ପାଳନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ଅବସରରେ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଋତୁସ୍ରାବ ପାଇଁ ରାଜ୍ୟର ସମସ୍ତ କର୍ମଜୀବୀ ମହିଳାଙ୍କୁ ଦିନେ ଛୁଟି ମିଳିବ ବୋଲି ଘୋଷଣା କରିଥିଲେ ।

ସେ କହିଛନ୍ତି ଉଭୟ ସରକାରୀ ଓ ଘରୋଇ କ୍ଷେତ୍ରରେ କାର୍ଯ୍ୟରତ ସମସ୍ତ ମହିଳା କର୍ମଚାରୀ ଏଣିକି ଦିନଟିଏ ମାସିକ ଋତୁସ୍ରାବ ଜନିତ ଛୁଟି ପାଇବେ । ଋତୁସ୍ରାବ ଦିନ କିମ୍ବା ତା ପର ଦିନ ଯେଉଁ ଦିନକୁ ସେମାନେ ଛୁଟି ନେବାକୁ ବାଛିବେ, ସେ ଦିନ ତାଙ୍କୁ ଛୁଟି ମିଳିବ। କର୍ମଜାବୀ ମହିଳା ହୁଅନ୍ତୁ କି ଛାତ୍ରୀ ମାସିକ ଋତୁସ୍ରାବ ସମୟରେ ସେମାନଙ୍କୁ ମିଳୁ ଛୁଟି ।