ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା (BSKY) କାର୍ଡକୁ ନେଇ ଆସିଲା ବଡ଼ ଖବର! ମୁଖ୍ୟ ଶାସନ ସଚିବ କଣ କହିଲେ ଆସନ୍ତୁ ଜାଣିବା।

ରାଜ୍ୟରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ନେଇ ଲୋକେ ଦ୍ୱନ୍ଦ୍ୱରେ ଅଛନ୍ତି। ଏହି ଦ୍ଵନ୍ଦକୁ ଦୂର କରିଛନ୍ତି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା। ସେ ଗୁରୁବାର ଦିନ ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛନ୍ତି।

ସେ କହିଛନ୍ତି ବିଏସ୍‌କେଓ୍ବାଇ ଯୋଜନା ଚାଲୁ ରହିଛି। ଏହି ଯୋଜନାରେ ରୋଗୀଙ୍କ ଚିକିତ୍ସାରେ କିଛି ବି ବ୍ୟାଘାତ ଆସିବ ନାହିଁ। ବିଏସ୍‌କେଓ୍ବାଇ ହିତାଧିକାରୀଙ୍କୁ ହସ୍ପିଟାଲଗୁଡ଼ିକ ଅବହେଳା କରିପାରିବେ ନାହିଁ କି ଡିସ୍‌ଚାର୍ଜ କରିପାରିବେ ନାହିଁ। ବିଏସ୍‌କେଓ୍ବାଇ କାର୍ଡ ପାଇଁ ରୋଗୀଙ୍କୁ ମଧ୍ୟ ଫେରାଇବେ ନାହିଁ। ନୂଆ ନିଷ୍ପତ୍ତି ନ ଆସିବା ଯାଏ ଏହି ସେବା ବଳବତ୍ତର ରହିବ।

ଯଦି ଲୋକଙ୍କର କିଛି ଅସୁବିଧା ହେଉଛି, ତେବେ ହେଲ୍ପଲାଇନ୍‌ ନମ୍ବର ୧୦୪ରେ ଜଣାଇ ପାରିବେ। କୌଣସି ହସ୍ପିଟାଲ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଦୀପ ଜେନା କହିଛନ୍ତି।