୨୯ରେ ଆସୁଛି ପୁଣି ଏକ ଲଘୁଚାପ! ଆଗାମୀ ୩ ଦିନ ହେବ ଭୟଙ୍କର ବର୍ଷା…

ଉତ୍ତର ବଙ୍ଗୋପସାଗରରେ ଶନିବାର ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ଏହା ଲଘୁଚାପର ରୂପ ନେବା ପରେ ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା।

୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନୁଗୁଳ, ଢେଙ୍କାନାଳ, କଟକ, ଯାଜପୁର, କେନ୍ଦ୍ରାପଡା ଓ ଜଗତସିଂହପୁର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ୭୦ ରୁ ୨ ଶହ ମିଲିମିଟର ଯାଏଁ ବର୍ଷିବ ।

ଏହାସହ ପ୍ରବଳ ବର୍ଷାକୁ ଆଖି ଆଗରେ ରଖି ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ ଓ ୨୭ ତାରିଖରେ ବର୍ଷା ପରିମାଣ କମିବ। ବଙ୍ଗୋପସାଗରରେ ଆସନ୍ତା ୨୯ ତାରିଖରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଅଗଷ୍ଟ ୩୧ରୁ ସେପ୍ଟେମ୍ବର ପୁଣି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।