ରଥଯାତ୍ରା ଉପଲକ୍ଷେ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

ରଥଯାତ୍ରାକୁ ନେଇ ଆସିଲା ଏକ ବଡ଼ ଖବର। ଆସନ୍ତା ୭ ତାରିଖରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଶ୍ରୀକ୍ଷେତ୍ର ଧାମ ଚଳଚଞ୍ଚଳ ହେବା ଆରମ୍ଭ ହୋଇଗଲାଣି । ତେବେ ରଥଯାତ୍ରା ପାଇଁ ଦୁଇଦିନ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଆସନ୍ତା ୭ ଓ ୮ ତାରିଖ ଦୁଇଦିନ ପାଇଁ ଛୁଟି ଘୋଷଣା କରାଯାଇଛି ।

ପୁରୀରେ ରଥଯାତ୍ରୀ ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଚଳିତ ବର୍ଷ ଦୁଇଦିନ ଧରି ରଥଯାତ୍ରା ଥିବାରୁ ମୁଖ୍ୟମନ୍ତ୍ରୀ ଦୁଇଦିନ ଛୁଟି ଘୋଷଣା କରିଛନ୍ତି ।

ଚଳିତ ବର୍ଷ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବାକୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କର ସହଯୋଗ କାମନା କରିଛନ୍ତି । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ଗ୍ରହଣ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏନେଇ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।