ଆପଣଙ୍କ ମଧ୍ୟ ଅଛି କି ଅଧିକ ଲୁଣ ଖାଇବାର ଅଭ୍ୟାସ? ଆବଶ୍ୟକଠାରୁ ଅଧିକ ଲୁଣ ଖାଇବା ଦ୍ଵାରା ଶରୀରର ହୋଇଥାଏ ଏହିସବୁ କ୍ଷତି…

ଲୁଣ ଏକ ଏପରି ଦ୍ରବ୍ୟ ଯାହା ଦୈନନ୍ଦିନ ପ୍ରତ୍ୟେକ ବ୍ୟକ୍ତିଙ୍କ ରୋଷେଇ ଘରେ ଏହା ବ୍ୟବହାର କରାଯାଏ । ବିନା ଲୁଣରେ କୌଣସି ଖାଦ୍ୟ ସୁଆଦିଆ ଲାଗେ ନାହିଁ। ତେବେ କିଛି ଲୋକ ଅତ୍ୟଧିକ ମାତ୍ରାରେ ଲୁଣ ଖାଇଥାନ୍ତି । ସେମାନଙ୍କ ପକ୍ଷରେ ବିନା ଲୁଣରେ କୌଣସି ଖାଦ୍ୟ ଖାଇବା ଅସମ୍ଭବ ହୋଇଯାଇଥାଏ ।

ଯଦି ଆପଣ ଆବଶ୍ୟକତା ଠାରୁ ଅଧିକ ଲୁଣର ସେବନ କରୁଛନ୍ତି। ତେବେ ଆପଣ ଏବେଠୁ ହୁଅନ୍ତୁ ସାବଧାନ। ଏହି ଅଭ୍ୟାସ ଆପଣଙ୍କୁ ବଡ଼ ସମସ୍ୟାରେ ପକାଇପାରେ । ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କ କହିବା ଅନୁସାରେ, ମେଡିକାଲ କ୍ଷେତ୍ରରେ ଲୁଣକୁ ଆବଶ୍ୟକଠାରୁ ଅଧିକ ଖାଇବା ପାଇଁ ମନା କରାଯାଇଛି । କାରଣ ଅଧିକ ଲୁଣ ସେବନ ଦ୍ୱାରା ଆପଣ ଅନେକ ବଡ଼ ବଡ଼ ରୋଗର ଶିକାର ହୋଇଥାନ୍ତି । ସେଥିରୁ ମୁଖ୍ୟ ହେଉଛି ଉଚ୍ଚ ରକ୍ତଚାପ । ମାତ୍ରାଧିକ ଲୁଣ ସେବନ ଦ୍ୱାରା ପ୍ରଥମେ ଏହି ରୋଗ ହିଁ ମଣିଷକୁ ସଂକ୍ରମଣ କରିଥାଏ ।

ଶରୀର ଠିକ ଭାବରେ କାମ କରିବା ପାଇଁ ଲୁଣର ଆବଶ୍ୟକତା ରହିଛି । କିନ୍ତୁ ଏହାର ମାତ୍ରାଧିକ ସେବନ ହୃଦରୋଗ, ରକ୍ତଚାପ, ଷ୍ଟ୍ରୋକ ଭଳି ଗୁରୁତର ସ୍ୱାସ୍ଥ୍ୟ ସମସ୍ୟାର କାରଣ ହୋଇଥାଏ । ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ସର୍ଭେ ରିପୋର୍ଟ ଅନୁସାରେ, ଲୁଣ ସମସ୍ତଙ୍କ ଶରୀରରେ ଉଚ୍ଚ ରକ୍ତଚାପ ସୃଷ୍ଟି କରେ । ତେଣୁ ଆପଣମାନେ ଲୁଣକୁ କମେଇବାକୁ ଚେଷ୍ଟା କରନ୍ତୁ । ଆପଣ ପ୍ରତ୍ୟେକ ଦିନ ଖାଦ୍ୟରେ ସାମିଲ ହେଉଥିବା ଲୁଣର ପରିମାଣକୁ କମ କରିବା ଉଚିତ ।